SearchBrowseAboutContactDonate
Page Preview
Page 8
Loading...
Download File
Download File
Page Text
________________ ଆତ୍ମଜ୍ଞାନ ପ୍ରାପ୍ତି ପାଇଁ ପ୍ରତ୍ୟକ୍ଷ ଲିଙ୍କ୍ 66 “ ମୁଁ ତ କିଛି ଲୋକଙ୍କୁ ନିଜ ହାତରେ ସିଦ୍ଧି ପ୍ରଦାନ କରିବି । ପରେ ଅନୁଗାମୀ ଦରକାର କି ନାହିଁ ? ପରେ ଲୋକଙ୍କୁ ମାର୍ଗ ତ ଦରକାର ନା ? ” – ଦାଦାଶ୍ରୀ ପରମ ପୂଜ୍ୟ ଦାଦାଶ୍ରୀ ଗାଁ’-ଗାଁ’, ଦେଶ-ବିଦେଶ ପରିଭ୍ରମଣ କରି ମୁମୁକ୍ଷୁମାନଙ୍କୁ ସଙ୍ଗ ଏବଂ ଆତ୍ମଜ୍ଞାନର ପ୍ରାପ୍ତି କରାଉଥିଲେ । ସେ ନିଜର ଜୀବନକାଳ ମଧ୍ୟରେ ପୂଜ୍ୟ ଡା. ନୀରୂବେନ ଅମୀନ(ନୀରୂମାଁ)ଙ୍କୁ ଆତ୍ମଜ୍ଞାନ ପ୍ରାପ୍ତି କରାଇବାର ଜ୍ଞାନସିଦ୍ଧି ପ୍ରଦାନ କରିଥିଲେ । ଦାଦାଶ୍ରୀଙ୍କ ଦେହବିଲୟ ପରେ ନୀରୂମା ସେହିପରି ମୁମୁକ୍ଷୁମାନଙ୍କୁ ସସଙ୍ଗ ଏବଂ ଆତ୍ମଜ୍ଞାନର ପ୍ରାପ୍ତି, ନିମିତ୍ତ ଭାବରେ କରାଉଥିଲେ । ପୂଜ୍ୟ ଦୀପକଭାଈ ଦେଶାଈଙ୍କୁ ଦାଦାଶ୍ରୀ ସଙ୍ଗ କରିବା ପାଇଁ ସିଦ୍ଧି ପ୍ରଦାନ କରିଥିଲେ । ନୀରୂମାଁଙ୍କ ଉପସ୍ଥିତିରେ ହିଁ ତାଙ୍କର ଆଶୀର୍ବାଦ ଦ୍ବାରା ପୂଜ୍ୟ ଦୀପକଭାଈ ଦେଶ-ବିଦେଶରେ ଅନେକ ଜାଗାକୁ ଯାଇ ମୁମୁକ୍ଷୁମାନଙ୍କୁ ଆତ୍ମଜ୍ଞାନ ପ୍ରାପ୍ତି କରାଉଥିଲେ, ଯାହା ନୀରୂମାଙ୍କ ଦେହବିଲୟ ପରେ ଆଜି ମଧ୍ୟ ଚାଲୁଅଛି । ଏହି ଆତ୍ମଜ୍ଞାନ ପ୍ରାପ୍ତି ପରେ ହଜାର ହଜାର ମୁମୁକ୍ଷୁ ସଂସାରରେ ରହି, ନିଜର ସାଂସାରିକ ଦାୟିତ୍ବ ବହନ କରି ମଧ୍ୟ ମୁକ୍ତ ରହି ଆମ୍ବରମଣତାର ଅନୁଭବ କରୁଛନ୍ତି । ଗ୍ରନ୍ଥରେ ମୁଦ୍ରିତ ବାଣୀ ମୋକ୍ଷାର୍ଥୀମାନଙ୍କୁ ମାର୍ଗଦର୍ଶନ ପାଇଁ ଅତ୍ୟନ୍ତ ଉପଯୋଗୀ ସିଦ୍ଧ ହେବ, କିନ୍ତୁ ମୋକ୍ଷପ୍ରାପ୍ତି ପାଇଁ ଆତ୍ମଜ୍ଞାନ ପ୍ରାପ୍ତ କରିବା ଆବଶ୍ୟକ ଅଟେ । ଅକ୍ରମ ମାର୍ଗ ଦ୍ବାରା ଆତ୍ମଜ୍ଞାନ ପ୍ରାପ୍ତିର ମାର୍ଗ ଆଜି ମଧ୍ୟ ଖୋଲାଅଛି । ଯେପରି ପ୍ରଜ୍ବଳିତ ଦୀପ ହିଁ ଅନ୍ୟ ଦୀପକୁ ପ୍ରଜ୍ଜ୍ୱଳିତ କରିପାରେ, ସେହିପରି ପ୍ରତ୍ୟକ୍ଷ ଆମ୍ୱିଜ୍ଞାନୀଙ୍କଠାରୁ ଆତ୍ମଜ୍ଞାନ ପ୍ରାପ୍ତ କରି ହିଁ ସ୍ୱୟଂର ଆତ୍ମା ଜାଗୃତ ହୋଇପାରେ ।
SR No.034321
Book TitlePratikraman Abr Oriya
Original Sutra AuthorN/A
AuthorDada Bhagwan
PublisherDada Bhagwan Aradhana Trust
Publication Year
Total Pages112
LanguageOriya
ClassificationBook_Other
File Size44 MB
Copyright © Jain Education International. All rights reserved. | Privacy Policy